ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନା ଭାଇରସ୍ ଜନିତ ମହାମାରୀ ଦ୍ରୁତ ଗତିରେ ବିସ୍ତାରିତ ହେବା ପରେ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୫,୯୧୪ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୬୬୫ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୦୦,୮୫,୧୧୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୬୬୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୯୧,୧୨୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୯୯,୦୭୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୭୩,୭୦,୯୭୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୩,୦୧୮। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୩,୫୮,୪୪,୫୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୨,୦୫,୭୨,୧୭୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୭,୬୯,୭୪୫ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୬.୧୬%।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0