ଭୁବନେଶ୍ୱର : କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଜନ୍ମଦିନ ପାଳିବେ ନାହିଁ । ପ୍ରତିବର୍ଷ ବିଭିନ୍ନ ସ୍ଥାନରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସକୁ ଲୋକଙ୍କ ସୁଅ ଛୁଟିଥାଏ । କିନ୍ତୁ ଚଳିତ ବର୍ଷ ଓଡ଼ିଶାବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଜନ୍ମ ଦିନ ପାଳନକୁ ବାରଣ କରିଛନ୍ତି ନିଜେ ମୁଖ୍ୟ ମନ୍ତ୍ରୀ ।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ । ଗତ ୮ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆସନ୍ତା କାଲି ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତ ଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0