spot_img

ତିନି ଦିନ ଧରି ପ୍ରବଳ ବର୍ଷିବ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡିଶା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବ । ଏଥିସହ ଆସନ୍ତା ଦୁଇ ଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ତ୍ତମାନ ମୌସୁମୀ ଟ୍ରଫ୍ ଫିରୋଜପୁର, ଅମ୍ବିକାପୁର, ମଧ୍ୟ ଦେଇ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ କେନ୍ଦ୍ର ଦେଇ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ, ଓ ବଲାଙ୍ଗୀର ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏହି ସବୁ ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଞ୍ଜାମ, କୋରାପୁଟ, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖ ଦିନ ନୂଆପଡା, ବରଗଡ, କଳାହାଣ୍ଡି, ସମ୍ବଲପୁର, ନବରଙ୍ଗପୁର, ଦେବଗଡ, ବଲାଙ୍ଗୀର, ସୋନପୁର ଓ ଅନୁଗୁଳରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଳାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡା, ବରଗଡ, ସୁନ୍ଦରଗଡରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular