ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଗୁରୁବାର ମଧ୍ୟାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ତେବେ, ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି ଯେ ସଂପ୍ରତି ଦକ୍ଷିଣ ପୂର୍ବ ଏବଂ ବଙ୍ଗୋପସାଗରର ଦକ୍ଷିଣ- ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇପଡ଼ିଛି।



Visitors Today : 0
Total Visitors : 130426
Total Views : 9891957
Visitors Online Now : 0