spot_img

ରାଜ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୧୫୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୯ଜଣ, ବରଗଡ଼ ଜିଲ୍ଲାରୁ ୬୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୩୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼଼ା ଜିଲ୍ଲାରୁ ୫୪ଜଣ, କେନ୍ଦୁଝର ଜିଲ୍ଲାରୁ ୫୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୪ଜଣ, କୋରାପୁଟ ଜିଲ୍ଲାରୁ ୨୫ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜରୁ ୮୦ଜଣ, ନବରଙ୍ଗପୁରରୁ ୨୭ଜଣ, ନୟାଗଡ଼ରୁ ୧୭ଜଣ, ନୂଆପଡ଼ାରୁ ୩୫ଜଣ, ପୁରୀରୁ ୭୭ଜଣ, ରାୟଗଡ଼ାରୁ ୯ଜଣ, ସମ୍ବଲପୁରରୁ ୩୮ଜଣ, ସୋନପୁରରୁ ୧୨ଜଣ, ସୁନ୍ଦରଗଡ଼ରୁ ୯୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୫୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୬୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୯୩୯୩୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular