ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 1