spot_img

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ବୌଦ୍ଧ, ଢେଙ୍କାନାଳ , ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ସମ୍ବଲପୁର, ମାଲକାନଗିରିରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular