ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଗଞ୍ଜାମ, ଢେଙ୍କାନାଳ, କଟକ, ଭଦ୍ରକ, ବରଗଡ ଏବଂ ଅନୁଗୋଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0