ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫୩୭ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୨୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 8th Oct 2020(till 9am). pic.twitter.com/Q7uxYMCSbm— BMC (@bmcbbsr) October 8, 2020
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦୯ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0