ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୦୫୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୬୩୧୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 5
Total Visitors : 130180
Total Views : 9891628
Visitors Online Now : 0