ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥିବା ବେଳେ ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ।
ପ୍ରଥା ଓ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାରରେ ବନକଲାଗି ନୀତି ପାଳନ ହେବାର ବିଧି ରହିଛି। ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ମଧ୍ୟାହ୍ନ ୨ଟା ୩୦ରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ। ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ତେବେ ବନକ ଲାଗି ପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସଂପନ୍ନ କରିବେ।ଆଜି ସର୍ବସାଧାରଣ ଦର୍ଶନର ଚତୁର୍ଥ ଦିନ ହୋଇଥିବାବେଳେ ବନକଲାଗି ଏକ ଗୁପ୍ତନୀତି ହୋଇଥିବାରୁ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0