ଭୁବନେଶ୍ବର : ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମ ଦିନ ପାଳନ ହେବ। ଏଥିପାଇଁ ଆଜିଠାରୁ ରାଜ୍ୟରେ ବିଜେପି ପକ୍ଷରୁ ସେବା ସପ୍ତାହ ଆରମ୍ଭ ହୋଇଛି। ଏହା ସେପ୍ଟେମ୍ବର ୨୦ ତାରିଖ ପର୍ୟ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଦଳୀୟ କର୍ମକର୍ତ୍ତାମାନେ ନିଜ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ବୁଥରେ ୭୦ଟି ଲେଖାଏଁ ବୃକ୍ଷରୋପଣ କରିଛନ୍ତି। ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ପୂରୀ, ନୟାଗଡ଼, ଖୋର୍ଦ୍ଧା, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ବ୍ୟାପକ ଚାରା ରୋପଣ କାର୍ଯ୍ୟ କରାଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଆହ୍ୱାନକ୍ରମେ ଦଳର ସମସ୍ତ ସାଂସଦ, ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନପ୍ରତିନିଧି, ଦଳର କର୍ମକର୍ତ୍ତା କୋଭିଡ୍ ନିୟମ ପାଳନ କରି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0