spot_img

ଦିନକରେ ୬୯,୮୭୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୪୫ ମୃତ

ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୬୯୮୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଅଗଷ୍ଟ ୨୨ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୯,୭୫,୭୦୧ ଜମ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୨,୨୨,୫୭୭ ଜଣ ସୁସ୍ଥ ହୋଇଥିବା ବେଳେ ୬,୯୭,୩୩୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସେପଟେ ୨୪ ଘଣ୍ଟାରେ ୯୪୫ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫,୭୯୪ରେ ପହଞ୍ଚିଛି । ଦେଶରେ ଗୋଟିଏ ଦିନରେ ୧୦ ଲକ୍ଷ କରୋନା ପରୀକ୍ଷଣ କରାଯାଇଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular