ଟାଙ୍ଗୀ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟ୍ ସ୍ଥିତ ସପିଂ ମଲ୍ ର ଗୋଦାମ ଘରେ ନିଆଁ ଲାଗିଛି । ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁସ ହୋଇଯାଇଛି।
ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମାର୍କେଟରେ ଥିବା ଏକ ସପିଂ ମଲ୍ ର ଗୋଦାମ ଘରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ ସଟ୍ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଖବର ପାଇ ବାଲୁଗାଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0