ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଆସନ୍ତା କିଛି ଘଣ୍ଟା ପରେ ଘନୀଭୂତ ହେବ । ଏହାର ପ୍ରଭାବରେ ଆସନ୍ତା ତିନି ଦିନ ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ପାଇଁ ୧୧ ଟି ଜିଲ୍ଳାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୬ ତାରିଖରେ ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,ଜଗତସିଂପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଓ ଦେବଗଡ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପରିକି ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇ ପାରେ ବୋଲି ସତର୍କ କରିଛି ପାଣିପାଗ ବିଭାଗ । ସେପଟେ ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0