ଦେଶରେ କମିଛି କରୋନା ସଂକ୍ରମଣ । । ଗତ ୨୪ ଘଣ୍ଟାରେ ୩୮ ହଜାର ୦୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୮୫ ଲକ୍ଷ ୯୧ ହଜାର ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୪୪୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୭ ହଜାର ୦୫୯କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ହଜାର ୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୭୯ ଲକ୍ଷ ୫୯ ହଜାର ୪୦୬ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୫ ଲକ୍ଷ ୫ ହଜାର ୨୬୫ ଜଣ ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0