spot_img

ଆଜି ରାଉରକେଲା ଆଇଜିଏଚରେ ଖୋଲିବ ପ୍ଲାଜମା ବ୍ୟାଙ୍କ

ରାଉରକେଲା : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ି ଚାଲିଛି । ସଂକ୍ରମିତଙ୍କ ପାଇଁ ପ୍ଲାଜମା ଥେରାପି ଏବେ ରାମବାଣ ସଦୃଶ । ରାଜ୍ୟରେ ଏବେ ସୁଦ୍ଧା କରୋନାରୁ ସୁସ୍ଥ ହୋଇଥିବା ୨୮ ଜଣ ବ୍ୟକ୍ତି ପ୍ଲାଜମା ଦାନ କରିଛନ୍ତି । ଏହି ପ୍ଲାଜମା ୩୩ ଜଣ ସଂକ୍ରମିତଙ୍କୁ ଦିଆଯାଇଛି । ଏଥିରେ ୨୩ଜଣଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ହେବା ସହ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ସରକାର ରାଜ୍ୟର ବିଭିନ୍ନ ସହରରେ ଏବେ ପ୍ଲାଜମା ବ୍ୟାଙ୍କ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ଖୋଲିିବ ।

ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିବେ । ଏନେଇ ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପୱନ କଲ୍ୟାଣ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular