ଭୁବନେଶ୍ୱର: ମାଘ ଶୁକ୍ଳ ଷଷ୍ଠୀରେ ବଡଦେଉଳରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଦ୍ୱିପହର ଧୂପ ପରେ ଦତମହାପାତ୍ର ସେବାୟତମାନେ ଗର୍ଭଗୃହରେ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ହୋଇଥିବା ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ସୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଭଳି ପାରମ୍ପରିକ ରଙ୍ଗରେ ବଡଠାକୁର ବଳଭଦ୍ର, କାଳିଆ ଠାକୁର, ଦେବୀ ସୁଭ୍ରଦା ଓ ଚକ୍ରରାଜ ସୁଦର୍ଶନ ଝଲସି ଉଠିବେ । ଏହାସହ ବନକ ଲାଗି ଅବସରରେ ଗୁପ୍ତ ସେବା କରାଯାଏ । ପ୍ରାୟ ୪ ଘଂଟା ଧରି ଏହି ନୀତି କରାଯାଏ । ଆଜି ଅପରାହ୍ଣ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0