spot_img

ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଟ୍ରଫ ଏବେ ରାଜସ୍ଥାନରୁ ମଣିପୁର ଆଡକୁ ଗତିକରୁଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ମାଲାକନଗିରି, କୋରାପୁଟ, ରାୟଗଡା, ଗଜପତି, କନ୍ଧମାଳ ଆଦି ୫ଟି ଜିଲ୍ଲାରେ ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହାବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ମାଲାନଗିରି, କୋରାପୁଟ, କେନ୍ଦୁଝର, ମୟୁରଭଞ୍ଜ, ଓ ଢେଙ୍କାନାଳ, ଆଦି ଜିଲ୍ଲାରେ କେତେକେ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ସବୁ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular