ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ସ୍ୱାସ୍ଥ୍ୟ ଖରାପ ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଗତକାଲି ରାତି ପ୍ରାୟ ୧ଟା ବେଳେ ତାଙ୍କର ମୃତ୍ୟୁ ହୋଇଛି।ରବୀନ୍ଦ୍ର ନାଥ ଭୋଇ ୨୦୦୯ରୁ ୨୦୧୪ ମସିହା ପର୍ୟ୍ୟନ୍ତ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଥିଲେ। ତାଙ୍କ ବିୟୋଗରେ ତିର୍ତ୍ତୋଲ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0