ଭୁବନେଶ୍ଵର : ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍ ବିଧାନସଭାରେ ଆଗତ କରିଛନ୍ତି। ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ପ୍ରଶାସନିକ ବ୍ୟୟ ୮୫ ହଜାର କୋଟି ରଖାଯାଇଥିବା ବେଳେ କାର୍ଯ୍ୟକ୍ରମ ବ୍ୟୟ ୭୫ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।
ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ ରାଜ୍ୟ ସରକାର କୋଟି ବ୍ୟୟବରାଦ ହୋଇଛି। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ ଏବଂ ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ କରାଯାଇଛି। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟ ଅଟକଳ କରାଯାଇଛି। ସତ୍ୟବାଦୀ ଓଡିଆ ବିଶ୍ଵ ବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟବସ୍ଥା ରହିଛି।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0