spot_img

ରାଜ୍ୟରେ ୨୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ୧୫୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ଟପିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୦୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୪୯୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫୧ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୭୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୩ଜଣ, କୋରାପୁଟ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୬୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୭ଜଣ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular