ଭୁବନେଶ୍ୱର: କୋଭିଡ କଟକଣା ଭିତରେ ଆଗାମୀ ଅକ୍ଟୋବର ମାସରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ସାଧାରଣ ଲୋକଙ୍କ ପାଇଁ ଖୋଲାଯିବ । ଏ ନେଇ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ତେବେ ଓଡିଶାରେ ମନ୍ଦିରଗୁଡିକ କେବେ ଖୋଲିବ, ସେ ନେଇ କିଛି ସ୍ପଷ୍ଟ କରିନାହାନ୍ତି । କୋଭିଡ ପାଇଁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପି ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ କହିଛନ୍ତି । ଚଳିତ ବର୍ଷ ୫ଟି ସ୍ଥାନରେ ଇକୋ ରିଟ୍ରିଟ କରାଯିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।