ସୋନପୁର : ସୋନପୁର ଜିଲ୍ଲା କବଟା ତଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି । ସୂଚନା ମୁତାବକ, ତଳରେଇ ଛକ ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କି ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ତେବେ ମୃତକଙ୍କ ମଧ୍ୟରୁ ଜଣେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ତାଲମେଣ୍ଡା ଗାଁର ଦୟାସାଗର ସାହୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ବର୍ତ୍ତମାନ ପର୍ୟ୍ୟନ୍ତ ମିଳିପାରିନାହିଁ ।



Visitors Today : 5
Total Visitors : 130180
Total Views : 9891630
Visitors Online Now : 0