spot_img

କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ୱର ୨୦।୧୦ :  ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୫୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଜଗତସିଂହପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular