ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟର ପୂର୍ବାନୁମାନ ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ସଂଧ୍ୟାରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏହି ଲଘୁଚାପ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ପୂର୍ବରୁ ସୂଚନା ଦେଇସାରିଛି । ଏହି ଲଘୁଚାପଟି ଉତ୍ତର-ଓଡ଼ିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି । ଚଳିତ ସେପ୍ଟେମ୍ବର ମାସରେ ବଙ୍ଗୋପସାଗରରେ ଲଗାତାର ଲଘୁଚାପ ସୃଷ୍ଟି ହେବାରେ ଲାଗିଛି । ଏହି ମାସରେ ପୂର୍ବରୁ ଦୁଇଟି ଲଘୁଚାପ ସୃଷ୍ଟି ହୋଇସାରିଥିବାବେଳେ ଚଳିତ ସପ୍ତାହରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଗୋଟିଏ ସମୟରେ ହିଁ ଏହି ଦୁଇଟି ଲଘୁଚାପ ସୃଷ୍ଟି ହେବ । ଏହି ଦୁଇଟି ଲଘୁଚାପ ପ୍ରଭାବରେ କେବଳ ଓଡ଼ିଶା ନୁହେଁ, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0