ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲାଇଫ ସାଇନ୍ସ ଇନଷ୍ଟିଚ୍ୟୁଟ ଠାରେ ସେଂଟର ଅଫ ଏକ୍ସିଲେନ୍ସ ଅନ ମେରାଇନ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି ଯେ, ଅପାର ସମ୍ଭାବନାର ରାଜ୍ୟ ଓଡିଶାରେ ସୁଦୀର୍ଘ ସୁନ୍ଦର ବେଳାଭୂମି ଶତାବ୍ଦୀ ଶତାବ୍ଦୀ ଧରି ରାଜ୍ୟର ଏକ ହଲମାର୍କ ଭାବରେ ପରିଗଣିତ ହୋଇଛି । ମତ୍ସ୍ୟ ଚାଷ, ପର୍ୟ୍ୟଟନ, ବାଣିଜ୍ୟ ଏବଂ ଲଜିଷ୍ଟିକ ତଥା ଆନୁଷାଙ୍ଗିକ କାମରେ ନିୟୋଜିତ ଥିବା ବିଭିନ୍ନ ବର୍ଗର ଲକ୍ଷାଧିକ ଲୋକଙ୍କୁ ଏହି ବେଳାଭୂମି ରୋଜଗାର ଦେଉଛି । ସମୁଦ୍ର ଆଧାରିତ ନୀଳ ଅର୍ଥନୀତି ପାଇଁ ବିଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶାର ସୁଦୀର୍ଘ ବେଳାଭୂମି କେନ୍ଦ୍ର ବିନ୍ଦୁରେ ରହିଛି ।ସେହିପରି ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ୟ୍ୟ ମନ୍ଦିର, ଚିଲିକା ହ୍ରଦ ଏବଂ ଭିତରକନିକା ଜାତୀୟ ଉଦ୍ୟାନ ଓଡିଶାର ପର୍ୟ୍ୟଟନ ତଥା ଏଭଳି କ୍ଷେତ୍ର ପାଇଁ ଏକ ମେରୁଦଣ୍ଡ ଭାବରେ ପରିଗଣିତ ହୋଇଛି । ପାରାଦୀପ ବନ୍ଦର, ଆଇଓସିଏଲ ପାରାଦୀପ ବିଶୋଧନାଗାର, ପାରାଦୀପ ସ୍ମାର୍ଟ୍ ବନ୍ଦର ସହର ଭଳି ସଂପ୍ରସାରଣ ଓ ଆଧାରିତ ଅର୍ଥନୀତିର ସଠିକ ସମ୍ଭାବନାର ସମ୍ଭାର ଖୋଲିବା କରିବା ସହ ଓଡିଶା ଓ ପୂର୍ବ ଭାରତକୁ ପ୍ରଗତିର ପଥରେ ଆଗେଇ ନେବ ।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0