ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି । ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ଶୁକ୍ରବାର ଦିନ ୧ଟା୩୦ରୁ ଶନିବାର ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ମାତ୍ରାରେ ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ୨୦ ତାରିଖ ସକାଳ ୮ଟା ୩୦ରୁ ୨୧ ତାରିଖ ସକାଳ ୮ଟା୩୦ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡା, କୋରାପୁଟ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0