ଭୁବନେଶ୍ୱର : ଆଜି ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ପଶ୍ଚିମ ଓଡ଼ିଶା ଯଥା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ଆଜି ବିଦାୟ ନେବ ମୌସୁମୀ। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ସମେତ ଭାରତରୁ ସମ୍ପୂର୍ଣ୍ଣ ବିଦାୟ ନେବ ମୌସୁମୀ। ନଭେମ୍ବର ପହିଲାରୁ ରାଜ୍ୟରେ ପୁଣି ବର୍ଷା ହେବ। ବିଶେଷକରି ଉପକୂଳରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ ବୋଲି ସୂଚନା ମିଳିଛି। ଆସନ୍ତା ୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାରୁ ରାଜ୍ୟରେ ୧ରୁ ୩ ତାରିଖ ଯାଏଁ ଅଳ୍ପ ବହୁତ ବର୍ଷା ହେବା ସହ ପାଗ ମେଘୁଆ ରହିବ।



Visitors Today : 0
Total Visitors : 130303
Total Views : 9891806
Visitors Online Now : 0