ନୂଆଦିଲ୍ଲୀ: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, ପୁଡୁଚେରୀ ଓ କେରଳ ବିଧାନସଭା ନିର୍ବାଚନ ତାରିଖ ଆଜି ଘୋଷଣା ହୋଇପାରେ । ନିର୍ବାଚନ ଆୟୋଗ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଶୁକ୍ରବାର ୪ଟା୩୦ରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ । ଏହି ସାମ୍ବାଦିକ ସମ୍ମିଳନୀରେ ସେ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି । କୁହାଯାଉଛି ଯେ, ଏହି ସାମ୍ବାଦିକ ସମ୍ମିଳନୀରେ ୪ ରାଜ୍ୟ ଓ ଏକ କେନ୍ଦ୍ର ଶାସିତ ପ୍ରଦେଶର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ପଶ୍ଚିମବଙ୍ଗ ବ୍ୟତୀତ ଅନ୍ୟ ସବୁଠି ୧ରୁ ୩ଟି ପର୍ୟ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇପାରେ । ନିର୍ବାଚନ ଆୟୋଗଙ୍କ ସୂତ୍ରାନୁସାରେ, ପଶ୍ଚିମବଙ୍ଗରେ ୬ରୁ ୮ଟି ପର୍ୟ୍ୟାୟରେ ନିର୍ବାଚନ ହେବ । ତେବେ ଆସାମରେ ତିନୋଟି ପର୍ୟ୍ୟାୟ ହୋଇପାରେ । କେରଳ, ତାମିଲନାଡୁ, ପୁଡୁଚେରୀରେ କେବଳ ଗୋଟିଏ ପର୍ୟ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ତେବେ ଆୟୋଗଙ୍କ ସାମ୍ବାଦିକ ସମ୍ମିଳନୀ ପରେ ଏହା ସ୍ପଷ୍ଟ ହେବ ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0