ଭୁବନେଶ୍ୱର: ରାଜଧାନୀରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ରାଜଧାନୀ ଉପକଣ୍ଠ ଅନ୍ଧାରୁଆରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ରାସ୍ତାକଡ଼ ବୁଦା ମୁଳରୁ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଘଟଣାସ୍ଥଳରେ ଭରତପୁର ପୋଲିସ ପହଞ୍ଚି ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍ କରିଛି । ସମ୍ପୃକ୍ତ ମହିଳାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।ଅପରପକ୍ଷେ ଘଟଣାସ୍ଥଳରେ ଭରତପୁର ପୋଲିସ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏନେଇ ଅଧିକ ସୂଚନା ମିଳିପାରିନାହିଁ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0