ଭୁବନେଶ୍ୱର : କରୋନାକୁ ପରାସ୍ତ କରିଛନ୍ତି ଜଣେ ୯୨ ବର୍ଷୀୟା ବୟୋଜ୍ୟେଷ୍ଠା । କରୋନା ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍ରେ ଉତମ ଚିକିତ୍ସା ପାଇ ସୁସ୍ଥ ହେବା ପରେ ଘରକୁ ଫେରିଛନ୍ତି ଭୁବନେଶ୍ୱର ବରମୁଣ୍ଡା ଅଂଚଳର ୯୨ ବର୍ଷୀୟା ଶ୍ରୀମତି ସରୋଜିନୀ ପଟ୍ଟନାୟକ ।
କିଛି ଦିନ ଧରି ଥଣ୍ଡା, ଜ୍ୱର ଓ କାଶ ଲାଗି ରହିବା ପରେ ସରୋଜିନୀଙ୍କର କୋଭିଡ ପରୀକ୍ଷା କରାଇଥିଲେ ତାଙ୍କ ପରିବାର । କୋଭିଡ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ସମ୍ କୋଭିଡ୍ରେ ଚିକିତ୍ସା ପାଇଁ ଭର୍ତି କରାଯାଇଥିଲା । ମଧୁମେହ ରୋଗରେ ପିଡ଼ିତ ଥିବା ସରୋଜିନୀଙ୍କର ଚିକିତ୍ସା ଆରମ୍ଭ କରିଥିଲେ ସମ୍ କୋଭିଡ ଟିମ୍ । କରୋନା ଆକ୍ରାନ୍ତଙ୍କ ପାଇଁ ମଧୁମେହ ରୋଗ ଏକ ଚିନ୍ତାର ବିଷୟ ହୋଇଥିବା ବେଳେ ତାଙ୍କୁ ସୁସ୍ଥ କରିବା ପାଇଁ କୋଭିଡ ଟିମ୍ ଅପ୍ରାଣ ଉଦ୍ୟମ କରିଥିଲେ ।
ସୋମବାର ସେ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସରୋଜିନୀ ଓ ତାଙ୍କ ପରିବାର ସମ୍ କୋଭିଡ୍ ହସ୍ପିଟାଲକୁ କୃତଜ୍ଞତା ଜଣାଇଛନ୍ତି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0