କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ୍ ଦରଲିପଡା ନିକଟରେ ବାରାହା ଶୀକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବ ଶ୍ରମିକଙ୍କ ମୃତ୍ୟୁ । ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି ପୋଲିସ ।
ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ୍ ଦରଲିପଡା ନିକଟରେ ବାରାହା ଶୀକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର । ସେହି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ଗଜାନନ କଣ୍ଟା । ଗଜାନନ ଇଟା ଗଢିବାକୁ ଯାଉଥିବା ବେଳେ ୧୧ କେଭି ଲାଇନ୍ରୁ ଟଣା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ କଲମପୁର ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0