ମମିତା ମେହେରକୁ ନ୍ୟାୟ ଦାବିରେ କଂଗ୍ରେସର ବିକ୍ଷୋଭ । ଏହାସହ କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ ରାଜ୍ୟ ପୋଲିସର ପ୍ରବେଶ ଓ ଦମନଲିଳା ବିରୋଧରେ ପୁରୀ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଶୋଭାଯାତ୍ରା ସହ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଦଳ ଅଭିଯୋଗ ଆଣିଛି ଯେ ମମିତା ମେହେରକୁ ନ୍ୟାୟ ଦେବା ପାଇଁ ରାଜ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ଗତ ୧୦ ତାରିଖରେ ବିଧାନସଭା ଘେରାଉ କରାଯାଉଥିଲା । ତେବେ ସରକାର ପୋଲିସର ଅପବ୍ୟବହାର କରି କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ ପ୍ରବେଶ କରି ଛାତ୍ର କଂଗ୍ରେସ ପିଲାଙ୍କୁ ଅମାନୁଷିକ ଭାବେ ମାଡ ମାରିଥିଲେ । ଏଥିରେ ସମ୍ପୃକ୍ତ ପୋଲିସ କର୍ମଚାରୀ ଓ ଅଧିକାରୀଙ୍କୁ ସସପେଣ୍ଡ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନ ଆହୁରି ବ୍ୟାପକ କରାଯିବ ବୋଲି ପୁରୀ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଚେତାବନୀ ଦିଆଯାଇଛି।



Visitors Today : 1
Total Visitors : 129939
Total Views : 9891293
Visitors Online Now : 0